ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ…
ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)- ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୁରୁବାର ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ କ୍ରମଶଃ ଲଘୁଚାପର ରୂପ ନେବ। […] The post ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ… appeared first on Dharitri Odia News.
ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)- ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୁରୁବାର ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ କ୍ରମଶଃ ଲଘୁଚାପର ରୂପ ନେବ। ଫଳରେ ବୁଧବାର ସମସ୍ତ ୨୧ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ଼, ନୂଆପଡ଼ା, ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ସେହିଭଳି ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ବିହାରର ମଧ୍ୟଭାଗରୁ ଝାଡ଼ଖଣ୍ଡ ଦେଇ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ ରହିଛି। ଏହା ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏ ନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବା ପାଇଁ ବାରଣ କରାଯାଇଛି।
The post ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ… appeared first on Dharitri Odia News.