ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ

କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ୨୭୫ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟରେ ମୁଖ୍ୟ ବିରୋଧୀ ଦଳ ନେପାଳୀ କଂଗ୍ରେସ ଭୋଟ ବର୍ଜନ କରିଥିବାବେଳେ ୧୫୮ ସଦସ୍ୟ ଭୋଟିଂ ପ୍ରକ୍ରିୟାରେ ଭାଗ ନେଇଥିଲେ। ୨୦୨୨ ଡିସେମ୍ବରରେ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ହେବା ପରଠାରୁ ୪ ଥର ଆସ୍ଥା ଭୋଟର ସମ୍ମୁଖୀନ ହେଲେଣି। ଏଥର ମେଣ୍ଟ ସହଯୋଗୀ […] The post ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ appeared first on Dharitri Odia News.

ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ

କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ୨୭୫ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟରେ ମୁଖ୍ୟ ବିରୋଧୀ ଦଳ ନେପାଳୀ କଂଗ୍ରେସ ଭୋଟ ବର୍ଜନ କରିଥିବାବେଳେ ୧୫୮ ସଦସ୍ୟ ଭୋଟିଂ ପ୍ରକ୍ରିୟାରେ ଭାଗ ନେଇଥିଲେ। ୨୦୨୨ ଡିସେମ୍ବରରେ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ହେବା ପରଠାରୁ ୪ ଥର ଆସ୍ଥା ଭୋଟର ସମ୍ମୁଖୀନ ହେଲେଣି। ଏଥର ମେଣ୍ଟ ସହଯୋଗୀ ଜନତା ସମାଜବାଦୀ ପାର୍ଟି (ଜେଏସ୍‌ପି) ସରକାରରୁ ସମର୍ଥନ ପ୍ରତ୍ୟାହାର କରିବା ପରେ ପ୍ରଚଣ୍ଡଙ୍କୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପଡ଼ିଥିଲା।

The post ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ appeared first on Dharitri Odia News.