ଆହୁରି ଦୁଇ ଦିନ ପ୍ରବଳ ବର୍ଷା; ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ମୟୂରଭଞ୍ଜକୁ ରେଡ୍ ଆଲର୍ଟ...

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।

ଆହୁରି ଦୁଇ ଦିନ ପ୍ରବଳ ବର୍ଷା; ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ମୟୂରଭଞ୍ଜକୁ ରେଡ୍ ଆଲର୍ଟ...

ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ବିପଦ ସଂକେତ ଟପିଲା ଜଳକା ନଦୀର ଜଳସ୍ତର, ବଢୁଛି ବନ୍ୟା ଆଶଙ୍କା

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର। ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। 

କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ  ବଡବିଲ ଗାଁରେ ଭୁଶୁଡିପଡିଛି ଘର। ଏଥିରେ ଜଣେ ୫୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଆଉ ତିନି ଜଣ ଆହତ ହୋଇଛନ୍ତି।

ଏପଟେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର। ଫଳରେ ନଦୀ କୂଳିଆଙ୍କୁ ଘାରିଛି ବନ୍ୟା ଆଶଙ୍କା ।  ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ଗତାକାଲି ରାତିଠୁ ଜଳକା ନଦୀର ଜଳସ୍ତର ବଢ଼ି ୬.୫୧ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଗତ ୨ ଦିନ ହେଲା, ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ ତଥା ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ନଦୀର ଜଳସ୍ତର ବି ବଢୁଛି। ଏଭଳି ବର୍ଷା ଲାଗିରହିଲେ ବନ୍ୟା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ଯଦି ବନ୍ୟା ହୁଏ, ତା’ହେଲେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ଟି ପଞ୍ଚାୟତ ପ୍ରଭାବିତ ହେବା ସହ ଚାଷବାସ ଉଜୁଡ଼ିବାର ଆଶଙ୍କା ରହିଛି।