ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ…
ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ ପ୍ରଶାସକ, ତଦାରଖ କମିଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ବିଶେଷଜ୍ଞ ଟିମ ଦ୍ବାରା ଯାଞ୍ଚ କରାଯିବ। ଭଣ୍ଡାରରେ କିଛି ରହସ୍ୟ ଅଛି କି ନାହିଁ ଦେଖାଯିବ। ଭାରତୀୟ ପ୍ରତ୍ନତାତ୍ତ୍ୱିକ […] The post ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ… appeared first on Dharitri Odia News.
ଭୁବନେଶ୍ୱର,୧୮।୯: ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ ପ୍ରଶାସକ, ତଦାରଖ କମିଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ବିଶେଷଜ୍ଞ ଟିମ ଦ୍ବାରା ଯାଞ୍ଚ କରାଯିବ। ଭଣ୍ଡାରରେ କିଛି ରହସ୍ୟ ଅଛି କି ନାହିଁ ଦେଖାଯିବ।
ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।
The post ଆହୁରି ଫିଟିବ ରହସ୍ୟ, ରତ୍ନଭଣ୍ଡାରରେ ପହଞ୍ଚିଲେ… appeared first on Dharitri Odia News.