ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି । ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି […] The post ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ appeared first on Dharitri Odia News.

ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି । ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି ତାହା ସମୀକ୍ଷା କରାଯାଉଛି। ଶୀତଳଭଣ୍ଡାରରେ ଆଳୁ ରଖି କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଜିନିଷପତ୍ରର ଆକାଶଛୁଆଁ ମୂଲ୍ୟବୃଦ୍ଧିରେ ସାଧାରଣ ଜନତା ହନ୍ତସନ୍ତ ହୋଇପଡ଼ିଥିଲେ। କିନ୍ତୁ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ନିତ୍ୟ ପ୍ରୟୋଜନୀୟ ଦ୍ରବ୍ୟ, ବିଶେଷକରି ଖାଦ୍ୟଦ୍ରବ୍ୟର ଦରଦାମ ବଢ଼ିଚାଲିଛି।

The post ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ appeared first on Dharitri Odia News.