ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, […] The post ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା appeared first on Dharitri Odia News.

ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଛି।

ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ପ୍ରାୟ ୫ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

The post ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା appeared first on Dharitri Odia News.