ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା,ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷ ସମ୍ଭାବନା ଥିବାବେଳେ ରାଜ୍ୟରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଝଡ଼ ପବନ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ […]

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷ ସମ୍ଭାବନା ଥିବାବେଳେ ରାଜ୍ୟରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଝଡ଼ ପବନ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବିଶେଷ ଭାବେ, ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼ ଜିଲ୍ଲାକୁ ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରେ କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତାସହ ଝାରସୁଗୁଡ଼ା, ଦେଓଗଡ଼, ସମ୍ବଲପୁର, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ଜାରି ହୋଇଛି ।
ସେହିପରି ଜଗତସିଂହପୁର,ଅନୁଗୁଳ,ଢେଙ୍କାନାଳ,କେଉଁଝର,ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାମାନଙ୍କରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୮ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାରି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।