ଆହୁରି ୫ରୁ ୭ ଦିନ ରାଜ୍ୟରେ ଲାଗି ରହିପାରେ ବର୍ଷା
ତେବେ ଆଗାମୀ ୪୮ ଘଣ୍ଟା କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୯ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆହୁରି ୫ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା। ତେବେ ବର୍ଷାର ପରିମାଣ କମ୍ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏବେ ପଶ୍ଚିମ ଝାଡ଼ଖଣ୍ଡ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ଟ୍ରଫ୍ ଲାଇନ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୫ ଦିନଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।
ତେବେ ଆଗାମୀ ୪୮ ଘଣ୍ଟା କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୯ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା।
ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରୁ ଧୀରେ ଧୀରେ ବର୍ଷାର ପରିମାଣ କମିବ, ତେବେ ୧୩ରୁ ପୁଣି ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି।