ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତ୍ତି, ଏଣିକି ଯୁକ୍ତ ୨ ପରେ ବିଇଡି କରିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର ୧୩/୦୩: ଏଣିକି ଯୁକ୍ତ ୨ ପରେ ବି.ଇଡି କରିପାରିବେ ଛାତ୍ରଛାତ୍ରୀ । ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ । ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ।ସୂଚନା ଥାଉକି, ରାଜ୍ୟରେ ବି.ଇଡି ପାଠ୍ୟକ୍ରମ ପାଇଁ ଶିକ୍ଷାଗତ ଯୋଗ୍ୟତାରେ ହୋଇଛି ପରିବର୍ତ୍ତନ । ଆଗକୁ ଯୁକ୍ତ ୨ ପରେ ବି.ଇଡି କରିପାରିବେ ଛାତ୍ରଛାତ୍ରୀ । ଏଥିପାଇଁ ଆସିବ ନୂଆ କୋର୍ସ ITEP । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ଆଜି ସ୍ୱାକ୍ଷରିତ ହୋଇଚି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଯୁକ୍ତ୨ ପରେ ହେବ ବି.ଇଡି ପାଠପଢ଼ା । Intigreted teacher education programme ନାଁରେ ରହିବ ନୂଆ କୋର୍ସ । ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି । ITEP ସେ ଭିତରୁ ଅନ୍ୟତମ । ଛାତ୍ର ଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।
ଭୁବନେଶ୍ୱର ୧୩/୦୩: ଏଣିକି ଯୁକ୍ତ ୨ ପରେ ବି.ଇଡି କରିପାରିବେ ଛାତ୍ରଛାତ୍ରୀ । ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ । ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ।
ସୂଚନା ଥାଉକି, ରାଜ୍ୟରେ ବି.ଇଡି ପାଠ୍ୟକ୍ରମ ପାଇଁ ଶିକ୍ଷାଗତ ଯୋଗ୍ୟତାରେ ହୋଇଛି ପରିବର୍ତ୍ତନ । ଆଗକୁ ଯୁକ୍ତ ୨ ପରେ ବି.ଇଡି କରିପାରିବେ ଛାତ୍ରଛାତ୍ରୀ । ଏଥିପାଇଁ ଆସିବ ନୂଆ କୋର୍ସ ITEP । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ଆଜି ସ୍ୱାକ୍ଷରିତ ହୋଇଚି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଯୁକ୍ତ୨ ପରେ ହେବ ବି.ଇଡି ପାଠପଢ଼ା । Intigreted teacher education programme ନାଁରେ ରହିବ ନୂଆ କୋର୍ସ ।
ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି । ITEP ସେ ଭିତରୁ ଅନ୍ୟତମ । ଛାତ୍ର ଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।