ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ
ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ, ଆଇନ ମନ୍ତ୍ରୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ୟୁଜିସି ସଦସ୍ୟମାନେ ଯୋଗ ଦେଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଖାଲିଥିବା ପଦବୀ ଶୀଘ୍ର ପୂରଣ ହେବ। […] The post ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ appeared first on Dharitri Odia News.
ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯାଇଥିଲା।
ଉଚ୍ଚଶିକ୍ଷା ମନ୍ତ୍ରୀ, ଆଇନ ମନ୍ତ୍ରୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ତଥା ୟୁଜିସି ସଦସ୍ୟମାନେ ଯୋଗ ଦେଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଖାଲିଥିବା ପଦବୀ ଶୀଘ୍ର ପୂରଣ ହେବ।
2020 ଶିକ୍ଷା ନୀତି ଅନୁଯାୟୀ ଶିକ୍ଷକ ନିଯୁକ୍ତିରେ ଏକ ଅସୁବିଧା ହୋଇଥିଲା। ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଶିକ୍ଷକ ନିଯୁକ୍ତିରେ ପ୍ରଶାସକ ନୁହଁନ୍ତି ଶିକ୍ଷାବିତ୍ମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ।
“ଆଲୋଚନାରୁ ବାହାରିଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଶିକ୍ଷକ ନିଯୁକ୍ତିରେ ଶିକ୍ଷାବିତ୍ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଆଇନଗତ ବାଧାବିଘ୍ନ ହଟାଯିବା ମାତ୍ରେ ଆମେ ଖାଲି ପଦବୀରେ ପ୍ରାଧ୍ୟାପକନିଯୁକ୍ତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବୁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି।
The post ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ appeared first on Dharitri Odia News.