ଉତ୍କଳ ଦିବସ ଶୁଭେଚ୍ଛା: ରାଜ୍ୟବାସୀଙ୍କ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୧/୦୪: ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି । ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା । ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ, ଏହା ମୋର ଆନ୍ତରିକ କାମନା । ସେହିଭଳି ପ୍ରଧାନମନ୍ତ୍ରୀ ବି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ । ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି l ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ଉତ୍କଳ ଦ
ଭୁବନେଶ୍ୱର ୦୧/୦୪: ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ ।

ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି । ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା । ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ, ଏହା ମୋର ଆନ୍ତରିକ କାମନା ।

ସେହିଭଳି ପ୍ରଧାନମନ୍ତ୍ରୀ ବି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ । ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି l ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି l

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ 'ବିକଶିତ ଓଡ଼ିଶା' ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି 'ଓଡ଼ିଶା ଦିବସ'ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି 'ବିକଶିତ ଓଡ଼ିଶା' ଗଢ଼ିବା ଦିଗରେ ଆଗକୁ ବଢ଼ିବା ।

ସେହିପରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବି ଉତ୍କଳ ଦିବସ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଆମର ଓଡ଼ିଶାର ଭାଇ ଓ ଭଉଣୀମାନଙ୍କୁ ଉତ୍କଳ ଦିବସ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା । ସୁନ୍ଦର ପ୍ରାକୃତିକ ଶୋଭାରାଜୀ ଏବଂ ଶକ୍ତି ସମ୍ପନ୍ନ ନାଗରିକଙ୍କ ଉପସ୍ଥିତିରେ ଓଡ଼ିଶା ଖୁବ ଉଜ୍ବଳ । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏହି ଚମତ୍କାର ରାଜ୍ୟକୁ ପ୍ରଗତି ପଥରେ ଅନେକ ଆଗକୁ ନେଇ ଯାଉ।

ଗୃହମନ୍ତ୍ରୀ ଅମିତ ଶାହା ବି ଉତ୍କଳ ଦିବସ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ପବିତ୍ର 'ଉତ୍କଳ ଦିବସ' ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ଶୁଭେଚ୍ଛା । ଭାରତର ଜୀବନ୍ତ ସଂସ୍କୃତିରେ ଓଡ଼ିଶା ନିଜସ୍ୱ ବିବିଧ ଜୀବନଆଦର୍ଶ ଓ ପରମ୍ପରା ଦ୍ୱାରା ଏକ ଅଳଙ୍କାର ଭାବରେ ଦେଶର ଆକର୍ଷଣୀୟ ସ୍ଥଳୀରେ ଖ୍ୟାତି ଅର୍ଜନ କରିଛି । ଆଗାମୀ ଦିନରେ ରାଜ୍ୟ ଅଭିବୃଦ୍ଧି କାହାଣୀର ଉଦାହରଣ ସୃଷ୍ଟି କରୁ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା। ବନ୍ଦେ ଉତ୍କଳ ଜନନୀ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଉତ୍କଳ ଦିବସ’ର ଅଭିନନ୍ଦନ । ଆସନ୍ତୁ, ଆଜିର ଏହି ପବିତ୍ର ଦିନରେ ଓଡ଼ିଶାର ଅସ୍ମିତା ଓ ସ୍ଵାଭିମାନକୁ ସୁରକ୍ଷିତ ରଖିବା ସହ ଆମ ସଂସ୍କୃତିକୁ ଆଗକୁ ନେବା ପାଇଁ ସଂକଳ୍ପ ନେବା । ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଉତ୍କଳ ଦିବସ’ର ଅଭିନନ୍ଦନ । ଆସନ୍ତୁ, ଆଜିର ଏହି ପବିତ୍ର ଦିନରେ ଓଡ଼ିଶାର ଅସ୍ମିତା ଓ ସ୍ଵାଭିମାନକୁ ସୁରକ୍ଷିତ ରଖିବା ସହ ଆମ ସଂସ୍କୃତିକୁ ଆଗକୁ ନେବା ପାଇଁ ସଂକଳ୍ପ ନେବା । ବନ୍ଦେ ଉତ୍କଳ ଜନନୀ ।
you can also read...
ଆଜି ପବିତ୍ର ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ପୂରିଲା ୮୮ ବର୍ଷ