ଉତ୍କଳ ଦିବସରେ ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪: ୨ ସପ୍ତାହ ଭିତରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେବ। ଉତ୍କଳ ଦିବସରେ ସତ୍ୟଭାମାପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ଏହାର ସୁଫଳ ପାଇବେ। ରାଜ୍ୟ ଭିତରେ ଓ ବାହାର ମେଡିକାଲ୍‌ରେ ଚିକିତ୍ସା ସୁବିଧା ମିଳିବ । ୨୯ ହଜାର ମେଡିକାଲ୍‌ରେ ମିଳିବ ଚିକିତ୍ସା ସୁବିଧା। ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ବୋଲି ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ […] The post ଉତ୍କଳ ଦିବସରେ ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଉତ୍କଳ ଦିବସରେ ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪: ୨ ସପ୍ତାହ ଭିତରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେବ। ଉତ୍କଳ ଦିବସରେ ସତ୍ୟଭାମାପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ଏହାର ସୁଫଳ ପାଇବେ। ରାଜ୍ୟ ଭିତରେ ଓ ବାହାର ମେଡିକାଲ୍‌ରେ ଚିକିତ୍ସା ସୁବିଧା ମିଳିବ । ୨୯ ହଜାର ମେଡିକାଲ୍‌ରେ ମିଳିବ ଚିକିତ୍ସା ସୁବିଧା।

ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ବୋଲି ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଥିଲେ

ପୂର୍ବ ପ୍ରଚଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)ର ନାମ ପରିବର୍ତ୍ତନ କରାଯାଇ ଗୋପବନ୍ଧୁ ଜନ ଆରୋଗ୍ୟ ନାମରେ ନାମିତ କରାଯାଇଛି। ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ବିଏସ୍କଓ୍ବୋଇ ପରିବର୍ତ୍ତେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷର(ଏମଓୟୁ) ହୋଇଛି। ଏବେ ତେବେ ବିଏସ୍କଓ୍ବୋଇ ଯୋଜନାରେ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରୁଥିବା ବେଳେ ଆୟୁଷ୍ମାନ ଭାରତ ଯୋଜନାରେ କେନ୍ଦ୍ର ସରକାର ୬୦ ପ୍ରତିଶତ ଓ ରାଜ୍ୟ ସରକାର ୪୦ ପ୍ରତିଶତ ଖର୍ଚ୍ଚ ବହନ କରିବେ।

The post ଉତ୍କଳ ଦିବସରେ ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.