ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗାରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏକ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା […] The post ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗାରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏକ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ଇର ସଂକଳ୍ପ। ଏହି ‘ଓଡ଼ିଶା ଦିବସ’ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ବାଭିମାନଙ୍କୁ ଆହୁରି ବଳିଷ୍ଠ କରି ‘ବିକଶିତ ଓଡ଼ିଶା’ ଗଢ଼ିବା ଦିଗରେ ଆଗକୁ ବଢ଼ିବା।

The post ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.