ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି

ଭୁବନେଶ୍ୱର,୮।୩: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି । ଅନ୍ୟପକ୍ଷେ ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକପ୍ରିୟ ଅଭିନେତା ସ୍ବର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚିଥିଲେ। ସେ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଦେବା ସହ ଅପରାଜିତା ମହାନ୍ତି, ବାବୁସାନଙ୍କ ସମେତ ପରିବାରଙ୍କୁ ଭେଟିଥିଲେ। […] The post ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି appeared first on Dharitri Odia News.

ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି

ଭୁବନେଶ୍ୱର,୮।୩: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।
ଅନ୍ୟପକ୍ଷେ ନିକଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକପ୍ରିୟ ଅଭିନେତା ସ୍ବର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚିଥିଲେ। ସେ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଦେବା ସହ ଅପରାଜିତା ମହାନ୍ତି, ବାବୁସାନଙ୍କ ସମେତ ପରିବାରଙ୍କୁ ଭେଟିଥିଲେ। ଧର୍ମେନ୍ଦ୍ର । ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ଉତ୍ତମ ମହାନ୍ତିଙ୍କ ଜୀବନବ୍ୟାପୀ ସାଧନା ଓ କୃତି ପାଇଁ ସେ ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ ବୋଲି ଧର୍ମେନ୍ଦ୍ର କହିଥିଲେ।

ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ  ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

The post ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି appeared first on Dharitri Odia News.