ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦ୍ଵୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। […] The post ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା… appeared first on Dharitri Odia News.

ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦ୍ଵୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ର ପରିବାରବର୍ଗଙ୍କ ପାଇଁ ସମବେଦନା ଜଣାଇଛନ୍ତି।

The post ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା… appeared first on Dharitri Odia News.