ଉତ୍ତମଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅପୂରଣୀୟ କ୍ଷତି: ରାଷ୍ଟ୍ରପତି
ଭୁବନେଶ୍ୱର,୨୮।୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତି ଗଭୀର ଦୁଃଖ ପ୍ରକାଶ କରିବା ସହ ମର୍ମାହତ ବୋଲି କହିଛନ୍ତି। ନାୟକ ଭୂମିକାରେ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ଉତ୍ତମ। ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରରେ ଉତ୍ତମଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ବୋଲି ରାଷ୍ଟ୍ରପତି ସୋସିଆଲ ମିଡିଆ ଏକ୍ସରେ […] The post ଉତ୍ତମଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅପୂରଣୀୟ କ୍ଷତି: ରାଷ୍ଟ୍ରପତି appeared first on Dharitri Odia News.
ଭୁବନେଶ୍ୱର,୨୮।୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତି ଗଭୀର ଦୁଃଖ ପ୍ରକାଶ କରିବା ସହ ମର୍ମାହତ ବୋଲି କହିଛନ୍ତି। ନାୟକ ଭୂମିକାରେ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ଉତ୍ତମ। ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରରେ ଉତ୍ତମଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ବୋଲି ରାଷ୍ଟ୍ରପତି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି।
ସୂଚନା ଯୋଗ୍ୟ, ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।
ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।
୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
The post ଉତ୍ତମଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅପୂରଣୀୟ କ୍ଷତି: ରାଷ୍ଟ୍ରପତି appeared first on Dharitri Odia News.