ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠିତ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କରିବେ ଅଧ୍ୟକ୍ଷତା
ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି ।ଏହି ଟାସ୍କ ଫୋର୍ସରେ ଅନ୍ୟ ୮ ଜଣ ସଦସ୍ୟ ଅଛନ୍ତି । ଏହି ସଦସ୍ୟମାନଙ୍କ ମଧ୍ୟରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ ଅଛନ୍ତି ।
ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି ।
ଏହି ଟାସ୍କ ଫୋର୍ସରେ ଅନ୍ୟ ୮ ଜଣ ସଦସ୍ୟ ଅଛନ୍ତି । ଏହି ସଦସ୍ୟମାନଙ୍କ ମଧ୍ୟରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ ଅଛନ୍ତି ।