ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠାରୁ ବଢିବ ବର୍ଷା
କନକ ବ୍ୟୁରୋ : ଆସୁଛି ଆଉଏକ ଲଘୁଚାପ। ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା। ଆଜି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ଆଜିଠାରୁ ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଦେଖିବାକୁ ମିଳିବ। ମୁଖ୍ୟତଃ ମାଲକାନଗିରି, କୋଟାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।