ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍‌ ଇନ୍‌ କରି ସବୁକିଛି ସୂଚନା ପାଇପାରିବେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ   କହିଛନ୍ତି, ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା। ସୁଭଦ୍ର ଯୋଜନା ସମ୍ବନ୍ଧରେଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା […] The post ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା appeared first on Dharitri Odia News.

ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍‌ ଇନ୍‌ କରି ସବୁକିଛି ସୂଚନା ପାଇପାରିବେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ   କହିଛନ୍ତି, ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା। ସୁଭଦ୍ର ଯୋଜନା ସମ୍ବନ୍ଧରେଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ। ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛ। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛ। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ। ଏହାସହ ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ। ଆଉ କିଛି ଜାଣିବାକୁ ହେଲେଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରିବେ। ଏହି ଟୋଲ ଫ୍ରୀ ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ।

ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ପୋର୍ଟାଲରୁ ହିଁ ଜାଣିହେବ। ସୁଭଦ୍ରା ଯୋଜପାର ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ। ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରି ପାରିବେ। ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ହେବ। ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ୧୭ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ। ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ।

ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଶା ବାନାର୍ଜୀଓ ଅନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

 

The post ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା appeared first on Dharitri Odia News.