ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ
ଭୁବନେଶ୍ୱର,୧୭।୧: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ୧୮ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ଅନୁଭୁତ ହେବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିଲେ ମଧ୍ୟ କେତେକ ଜିଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ। ଏହାସହ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ପବନ ପ୍ରବାହିତ ହୋଇପାରେ। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି […] The post ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ appeared first on Dharitri Odia News.
ଭୁବନେଶ୍ୱର,୧୭।୧: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ୧୮ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ଅନୁଭୁତ ହେବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିଲେ ମଧ୍ୟ କେତେକ ଜିଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି।
ବିଶେଷ କରି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ। ଏହାସହ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ପବନ ପ୍ରବାହିତ ହୋଇପାରେ। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଶୀତ ପ୍ରକୋପ ଆହୁରି ବଢ଼ିଯିବ ଓ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ। ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିବା ସହ ୬ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି।
ଏହି ଜିଲାଗୁଡିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ନୟାଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ରହିଛି। ଏହିସବୁ ଜିଲାରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିବା ସହ କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ। ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
The post ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିବ ଶୀତ appeared first on Dharitri Odia News.