ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା
ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ , ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଅଭିଯୋଗ ଶୁଣାଣିରେ ଯୋଗଦେଇ ୧୪୬ଟି ଅଭିଯୋଗପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ୪ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିବାବେଳେ ୩ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୩ […] The post ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା appeared first on Dharitri Odia News.
ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ , ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଅଭିଯୋଗ ଶୁଣାଣିରେ ଯୋଗଦେଇ ୧୪୬ଟି ଅଭିଯୋଗପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ୪ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିବାବେଳେ ୩ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୩ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ ସମୟରେ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ , ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା।
ଏଡିଏମ ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଉ, ନଚେତ୍ ଦୋଷୀ
କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଏଡିଏମ ପରୋକ୍ଷରେ ସୂଚାଇ ଦେଇଛନ୍ତି। ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ ,ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ , ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମହାର,ଭଞ୍ଜନଗର ବିଡିଓ ପୁର୍ଣଚନ୍ଦ୍ର ପାଢ଼ୀ, ପୂର୍ତ୍ତ ବିଭାଗ ଏସଡିଓ ଭଞ୍ଜନଗର ପ୍ରତାପ ନାୟକ, ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା , ଭଞ୍ଜନଗର ସହାୟକ ଜିଲାପାଳ ରାମଚନ୍ଦ୍ର ମହାପାତ୍ର,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।
The post ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା appeared first on Dharitri Odia News.