ଉପବାଚସ୍ପତି ନିର୍ବାଚିତ
ଭୁବନେଶ୍ବର: ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତି କ୍ରମେ ସେ ଉପବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି। ଭବାନୀ ହିଁ ଜଣେ ମାତ୍ର ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଥିଲେ । ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କୁ ସର୍ବସମ୍ମତି କ୍ରମେ ଉପବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି। ତାଙ୍କୁ ସମର୍ଥନ […]

ଭୁବନେଶ୍ବର: ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତି କ୍ରମେ ସେ ଉପବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଏନେଇ ବାଚସ୍ପତି ସୁରମା ପାଢୀ ତାଙ୍କ ନାଁ ଘୋଷଣା କରିଛନ୍ତି। ଭବାନୀ ହିଁ ଜଣେ ମାତ୍ର ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଥିଲେ ।
ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କୁ ସର୍ବସମ୍ମତି କ୍ରମେ ଉପବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି। ତାଙ୍କୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ତାଙ୍କୁ ସମର୍ଥନ ଜଣାଇାଇବ ସହ ଶୁଭେଚ୍ଛା ଜଣାଇଥିଲେ। ସେ ନିଜ ଦାୟିତ୍ୱ ଠିକ ଭାବେ ନିର୍ବାହ କରିବେ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ।