ଉପଭୋକ୍ତାଙ୍କୁ ଆଶ୍ବସ୍ତି, ବଢିବ ନାହିଁ ବିଦ୍ୟୁତ୍ ଦର
ଭୁବନେଶ୍ବର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ । ଆଜି ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ ଅନୁକୂଳ ପଦକ୍ଷେପ ଘୋଷଣା ହୋଇଛି । ବିଦ୍ୟୁତ ଦର ନେଇ ଆଜି ପ୍ରେସମିଟ କରିଛି ଓଇଆରସି । ସାଧରଣ ଗ୍ରାହକଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ମିଳିବ । ଏହି ପ୍ରେସମିଟରେ କୁହାଯାଇଛି ଯେ, ପ୍ରିପେଡ୍ ବିଲ୍ […]

ଭୁବନେଶ୍ବର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ । ଆଜି ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ ଅନୁକୂଳ ପଦକ୍ଷେପ ଘୋଷଣା ହୋଇଛି । ବିଦ୍ୟୁତ ଦର ନେଇ ଆଜି ପ୍ରେସମିଟ କରିଛି ଓଇଆରସି ।
ସାଧରଣ ଗ୍ରାହକଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ମିଳିବ । ଏହି ପ୍ରେସମିଟରେ କୁହାଯାଇଛି ଯେ, ପ୍ରିପେଡ୍ ବିଲ୍ ପେମେଣ୍ଟ କଲେ ମିଳିବ ୪ ପ୍ରତିଶତ ରିହାତି ମିଳିବ । ବିଜୁଳି ଦର ଅପରିବର୍ତ୍ତିତ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି ।
୨ କିଲୋୱାଟ ପର୍ଯ୍ୟନ୍ତ ସଂଯୁକ୍ତ ଲୋଡ୍ ସହିତ ସ୍ମାର୍ଟ ମିଟର ବ୍ୟବହାର କରୁଥିବା ଉପଭୋକ୍ତାମାନେ ଏବେ ମାସିକ ମିଟର ଭଡା ଦେବାରୁ ମୁକ୍ତ ହେବେ । ଏହି ପଦକ୍ଷେପ ଦ୍ୱାରା ବହୁ ସଂଖ୍ୟକ ଘରୋଇ ଉପଭୋକ୍ତା ଉପକୃତ ହେବେ। ଯାହା ସେମାନଙ୍କର ସାମଗ୍ରିକ ବିଦ୍ୟୁତ୍ ଖର୍ଚ୍ଚ ହ୍ରାସ କରିବ ବୋଲି ଆଶା କରାଯାଉଛି ।