ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ
ଭୁବନେଶ୍ୱର,୨୯।୧୦ (ସୁନିତ୍ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେହିଦିନ ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। […] The post ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ appeared first on Dharitri Odia News.
ଭୁବନେଶ୍ୱର,୨୯।୧୦ (ସୁନିତ୍ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେହିଦିନ ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନେକ ହିତାଧିକାରୀଙ୍କୁ ଚଳିତ ମାସ ୯ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ସେଦିନ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ। ପ୍ରଥମ ଦୁଇ ପର୍ଯ୍ୟାୟରେ ଏଯାବତ୍ ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପାଇ ସାରିଲେଣି।
ରାଜ୍ୟ ସରକାର କୋଟିଏରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରି ଟଙ୍କା ଦେବାକୁ ଲକ୍ଷ୍ୟ ରଖିଛନ୍ତିି। ଆସନ୍ତା ମାର୍ଚ୍ଚ ୮ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବା ନିମନ୍ତେ ଘୋଷଣା କରାଯାଇଥିବାରୁ ଏହା ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଏହି ପର୍ଯ୍ୟାୟରେ କେତେ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ତାହା ସ୍ପଷ୍ଟ ହୋଇପାରି ନାହିଁ
ରାଜ୍ୟର ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ ଉଦ୍ଦେଶ୍ୟରେ ‘ସୁଭଦ୍ରା’ର ଗାଇଡ୍ଲାଇନରେ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇସାରିଛନ୍ତି। ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ରାଶନ କାର୍ଡ ଡାଟାବେସ୍ରେ ନିଶ୍ଚିତ ନାମ ଥିବାର ମାନଦଣ୍ଡକୁ ହଟାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ସୁଭଦ୍ରା ଯୋଜନାରେ ମୋଟ ୧ କୋଟି ୨ ଲକ୍ଷ ହିତାଧିକାରୀ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇସାରିଛି। ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇଛି।
The post ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ appeared first on Dharitri Odia News.