ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର ୨୧।୧୧ : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ । ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍‌ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗୋଟିଏ ମୋବାଇଲ୍‌ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା । ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୭ ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ମିଳିଥିଲା ସୁଭଦ୍ରା ଟଙ୍କା। ପରେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହ

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର ୨୧।୧୧ : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ । ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍‌ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗୋଟିଏ ମୋବାଇଲ୍‌ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା । 

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୭ ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ମିଳିଥିଲା ସୁଭଦ୍ରା ଟଙ୍କା। ପରେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା। ଡିସେମ୍ବର ସୁଦ୍ଧା ରାଜ୍ୟରେ ମୋଟ ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ ।