ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ୍‌ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। […] The post ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା appeared first on Dharitri Odia News.

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ୍‌ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। ବିଭିନ୍ନ ତ୍ରୁଟି କାରଣରୁ ଆବେଦନ ପତ୍ର ରିଜେକ୍ଟ ହୋଇଛି। ରିଜେକ୍ଟ ତାଲିକା ଜିଲାପାଳଙ୍କ ଜରିଆରେ ବ୍ଲକକୁ ପଠାଯାଇଛି। ଆଧାର କାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ। ଯଦି ସଂଶୋଧନ କରିବାରେ ବିଳମ୍ବ ହୁଏ ତେବେ ୪ର୍ଥ ପର୍ଯ୍ୟାୟରେ ମଧ୍ୟ ଦିଆଯିବ। ଜଣେ ବି ଯୋଗ୍ୟ ହିତାଧିକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କହିଛନ୍ତି।

ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରିଥିଲେ। ଏବେ ତୃତୀୟ ପର୍ଯ୍ୟାୟର ଟଙ୍କା ଆସିବ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ  ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।

The post ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା appeared first on Dharitri Odia News.