ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ, ଏମ୍ସରେ ଭର୍ତ୍ତି ହେଲେ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ବଡ଼ି ଭୋର୍ ସମୟରେ ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡାକ୍ତର ରାଜୀବ ନାରଙ୍ଗଙ୍କ ତତ୍ତ୍ୱାବଧାନରେ ୭୩ ବର୍ଷୀୟ ଧନଖଡ଼ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ସର୍ବାଧିକ ନିରୀକ୍ଷଣରେ ରଖାଯାଇଛି। ଏକ ଡାକ୍ତରୀ […]

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ବଡ଼ି ଭୋର୍ ସମୟରେ ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡାକ୍ତର ରାଜୀବ ନାରଙ୍ଗଙ୍କ ତତ୍ତ୍ୱାବଧାନରେ ୭୩ ବର୍ଷୀୟ ଧନଖଡ଼ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ସର୍ବାଧିକ ନିରୀକ୍ଷଣରେ ରଖାଯାଇଛି। ଏକ ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଥିବା ବେଳେ ସ୍ବାସ୍ଥ୍ୟ ସମସ୍ୟା ବିଷୟରେ ଅଧିକ ବିବରଣୀ ପ୍ରକାଶ କରାଯାଇନାହିଁ। ଉପରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏମ୍ସ ଯାଇଥିଲେ। ଏ ସଂପର୍କରେ ଏକ୍ସ ପୋଷ୍ଟ୍ରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ମୁଁ ଏମ୍ସ ଯାଇ ଉପରାଷ୍ଟ୍ରପତି ଧନଖଡ଼ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛି। ମୁଁ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରୁଛି।’