ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର : ଉର୍ଦ୍ଦୁ ଶିକ୍ଷକଙ୍କର ବଢ଼ିଲା ମାସିକ ପାରିଶ୍ରମିକ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉର୍ଦ୍ଦୁ ଶିକ୍ଷକମାନଙ୍କର ପାରିଶ୍ରମିକ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି I ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ […]

ଭୁବନେଶ୍ୱର : ଉର୍ଦ୍ଦୁ ଶିକ୍ଷକଙ୍କର ବଢ଼ିଲା ମାସିକ ପାରିଶ୍ରମିକ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉର୍ଦ୍ଦୁ ଶିକ୍ଷକମାନଙ୍କର ପାରିଶ୍ରମିକ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି I ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ବିଦ୍ୟାଳୟ ଗୁଡିକରେ ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।