ଏଏପିକୁ ଝଟ୍କା, ସିସୋଦିଆଙ୍କୁ ମିଳିଲାନି ଜାମିନ
ନୂଆଦିଲ୍ଲୀ,୩୦।୪: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାକୁ ମିଶାଇ ଦ୍ୱିତୀୟ ଥର ପାଇଁ ତାଙ୍କ ଜାମିନ ଆବେଦନ ଖରାଜ ହୋଇଛି। କହିରଖୁଛୁ କି, ପୂର୍ବରୁ ନିମ୍ନ ଅଦାଲତ, ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଜାମିନ ଦେବା […] The post ଏଏପିକୁ ଝଟ୍କା, ସିସୋଦିଆଙ୍କୁ ମିଳିଲାନି ଜାମିନ appeared first on Dharitri Odia News.
ନୂଆଦିଲ୍ଲୀ,୩୦।୪: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାକୁ ମିଶାଇ ଦ୍ୱିତୀୟ ଥର ପାଇଁ ତାଙ୍କ ଜାମିନ ଆବେଦନ ଖରାଜ ହୋଇଛି।
କହିରଖୁଛୁ କି, ପୂର୍ବରୁ ନିମ୍ନ ଅଦାଲତ, ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଜାମିନ ଦେବା ପାଇଁ ମନା କରିଦେଇଥିଲେ। ଏବେ ରାଉଜ ଆଭେନ୍ୟୁ କୋର୍ଟ ମଧ୍ୟ ତାଙ୍କୁ ଜାମିନ ମଞ୍ଜୁର କରି ନାହାନ୍ତି। କୋର୍ଟଙ୍କ ଏହି ରାୟକୁ ଏବେ ସିସୋଦିଆ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ।
The post ଏଏପିକୁ ଝଟ୍କା, ସିସୋଦିଆଙ୍କୁ ମିଳିଲାନି ଜାମିନ appeared first on Dharitri Odia News.