ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୧୦: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦୌଡିଛନ୍ତି। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ‘ରନ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀଙ୍କ ସହ […] The post ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୯।୧୦: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦୌଡିଛନ୍ତି। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ‘ରନ ଫର୍ ୟୁନିଟି’ କାର୍ଯ୍ୟକ୍ରମ।
ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ମନ୍ତ୍ରୀ, ବିଧାୟକ, ଏମ୍ପିଙ୍କ ସମେତ ମୁଖ୍ୟ ଶାସନ ସଚିବ ସାମିଲ ହୋଇଛନ୍ତି। ମାରାଥନରେ ରାଜ୍ୟର ବିଭିନ୍ନ ସ୍କୁଲ ଓ କ୍ରୀଡ଼ା ସଂଗଠନର ୨ହଜାରରୁ ଅଧିକ ଲୋକ ସାମିଲ ହୋଇଛନ୍ତି। ।
ସୂଚନାଯୋଗ୍ୟ, ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ଆୟୋଜିତ ହୋଇଥାଏ ରନ ଫର୍ ୟୁନିଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟ୍ଟେଲଙ୍କ ଜୟନ୍ତୀରେ ଦୀପାବଳି ଛୁଟିଦିନ ପଡୁଥିବାରୁ ରନ ଫର୍ ୟୁନିଟି କାର୍ଯ୍ୟକ୍ରମ ଅକ୍ଟୋବର ୨୯ରେ ଆୟୋଜିତ ହେଉଛି। ପୂର୍ବରୁ ଏ ନେଇ ନିଜ ମନ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଥିଲେ।
The post ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.