ଏଣିକି ତହସିଲ, ସବ୍ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଗଲେ ଲୋକମାନଙ୍କର ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ ବୋଲି ଆଶାବ୍ୟକ୍ତ କରିଛନ୍ତି। ରାଜ୍ୟରେ ତହସିଲଗୁଡ଼ିକରେ ମ୍ୟୁଟେଶନ ମାମଲାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସାରିବା […] The post ଏଣିକି ତହସିଲ, ସବ୍ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଗଲେ ଲୋକମାନଙ୍କର ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ ବୋଲି ଆଶାବ୍ୟକ୍ତ କରିଛନ୍ତି।
ରାଜ୍ୟରେ ତହସିଲଗୁଡ଼ିକରେ ମ୍ୟୁଟେଶନ ମାମଲାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସାରିବା ଓ ପଟ୍ଟାରେ ଥିବା ପ୍ରଜାଙ୍କ ନାମ ଉତ୍ତରାଧିକାରୀଙ୍କ ନାଁରେ ସଂଶୋଧନ କରିବାକୁ ମଧ୍ୟ ମନ୍ତ୍ରୀ ପୂଜାରୀ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଅନୁଷ୍ଠାନକୁ ଯେଉଁ ସରକାରୀ ଜମି ଲିଜ୍ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ସଠିକ୍ ବ୍ୟବହାର କରୁନାହାନ୍ତି ତେବେ ସେହି ଜମିକୁ ସରକାର ଫେରାଇନେବେ ବୋଲି ମନ୍ତ୍ରୀ ପୂଜାରୀ ସ୍ପଷ୍ଟ କରିବା ସହ ରାଜସ୍ବ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ କରିବା, ବାସସ୍ଥାନ, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି।
The post ଏଣିକି ତହସିଲ, ସବ୍ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ appeared first on Dharitri Odia News.