ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ
ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ କର୍ମଚାରୀଙ୍କୁ ୧୫ଦିନର ପିତୃତ୍ୱ ଛୁଟି ପ୍ରଦାନ କରାଯିବାର ସୁବିଧା ପ୍ରଦାନ କରାଯିବ। ଉଧାର ମାତୃତ୍ୱ ଦ୍ୱାରା ମାତୃତ୍ୱ ଓ ପିତୃତ୍ୱ ପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଛୁଟି ପ୍ରଦାନ ପ୍ରସ୍ତାବ ସରକାରଙ୍କ ଅଧୀନରେ ବିଚାରଧୀନ ଥିଲା। ଗୁରୁବାର […] The post ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ appeared first on Dharitri Odia News.
ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ କର୍ମଚାରୀଙ୍କୁ ୧୫ଦିନର ପିତୃତ୍ୱ ଛୁଟି ପ୍ରଦାନ କରାଯିବାର ସୁବିଧା ପ୍ରଦାନ କରାଯିବ। ଉଧାର ମାତୃତ୍ୱ ଦ୍ୱାରା ମାତୃତ୍ୱ ଓ ପିତୃତ୍ୱ ପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଛୁଟି ପ୍ରଦାନ ପ୍ରସ୍ତାବ ସରକାରଙ୍କ ଅଧୀନରେ ବିଚାରଧୀନ ଥିଲା। ଗୁରୁବାର ଗୃହ ବିଭାଗ ପକ୍ଷରୁ ପତ୍ର ମାଧ୍ୟମରେ ଏ ନେଇ ସୂଚନା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଗତ ଜୁନ୍ ମାସରେ ଏହି ଛୁଟି ପ୍ରଦାନ କରିଛନ୍ତି। ତେବେ ରାଜ୍ୟରେ ମଧ୍ୟ ଏହା କାର୍ଯ୍ୟକାରୀ ହେବା ପରେ ଉଧାର ମାତୃତ୍ୱ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ମିଳିଛି।
ତେବେ ଜଣେ ରାଜ୍ୟ ସରକାରୀ ମହିଳା କର୍ମଚାରୀ, ଯିଏ ଦୁଇରୁ କମ ଜୀବିତ ସନ୍ତାନ ଥାଇ ‘ସରୋଗେଟ ମାତା’ ହୁଅନ୍ତି, ସେ ୧୮୦ ଦିନର ମାତୃତ୍ୱ ଛୁଟି ଲାଭ କରିବାକୁ ଯୋଗ୍ୟ ବିବେଚିତ ହେବେ। ସେହିପରି ଅଧିଷ୍ଠାତା ମାତା ଅର୍ଥା କମିସନିଙ୍ଗ ମଦର ମଧ୍ୟ ୧୮୦ ଦିନର ମାତୃତ୍ୱ ଛୁଟି ପାଇପାରିବେ। ଏଥିସହ ଜଣେ ରାଜ୍ୟ ସରକାରୀ ପୁରୁଷ କର୍ମଚାରୀ, ଯିଏ ଦୁଇରୁ କମ ଜୀବିତ ସନ୍ତାନ ଥାଇ ‘ଅଧିଷ୍ଠାତା ପିତା’ ବା କମିସନିଙ୍ଗ ଫାଦର ହୁଅନ୍ତି, ସେ ସନ୍ତାନ ଜନ୍ମ ତାରିଖରୁ ୬ ମାସ ମଧ୍ୟରେ ୧୫ ଦିନର ପିତୃତ୍ୱ ଛୁଟି ଲାଭ କରିବାକୁ ଯୋଗ୍ୟ ବିବେଚିତ ହେବେ।
ତେବେ ଏହି ଛୁଟି ଲାଭ କରିବାକୁ ଉଧାର ମାତ୍ୃତ୍ୱ ଉପରେ ହୋଇଥିବା ରାଜିନାମା ସହିତ ପଞ୍ଜୀକୃ ଡାକ୍ତର, ଡାକ୍ତରଖାନାରୁ ପ୍ରାପ୍ତ ଚିକିତ୍ସା ସମ୍ବନ୍ଧିତ ଦସ୍ତାବିଜ ଦେବାକୁ ପଡ଼ିବ। ଏହା ଗୁରୁବାରଠାରୁ କାର୍ଯ୍ୟକାରୀ ହେବ ବୋଲି ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟପାଳଙ୍କ ଆଦେଶକ୍ରମେ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପତ୍ର ମାଧ୍ୟମରେ ଜଣାଇଛନ୍ତି।
The post ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ appeared first on Dharitri Odia News.