ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ଅସମାପିକା ସାହୁ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି […] The post ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ଅସମାପିକା ସାହୁ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦବୀଗୁଡ଼ିକ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ।

BDA To Refund Excess Compound Fees Of Bhubaneswar Residents Under Amnesty Scheme

ଏହି ପଦବୀଗୁଡିକ ହେଲା ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର ଏବଂ ୬୦ ପୋଲିସ କନଷ୍ଟେବଳ ପଦବୀ। ଭୁବନେଶ୍ୱର ପୂର୍ବ ଭାରତର ଏକ ଦ୍ରୁତ ଅଭିବୃଦ୍ଧିଶୀଳ ସହର। ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି ଜଏଣ୍ଟ ଟିମ୍‌ ଓ ୫ଟି ରିଜର୍ଭ ଟିମ୍‌ର ଆବଶ୍ୟକତା ଥିଲା। ପ୍ରତି ଟିମ୍‌ରେ ୨ଜଣ ପୋଲିସ କନଷ୍ଟେବଳ ରହିବେ। ଏହି ଟିମ୍‌ଗୁଡ଼ିକର ସମନ୍ବୟ ଓ ସୁପରିଚାଳନା ପାଇଁ ଜଣେ ଆସିଷ୍ଟାଣ୍ଟ କମିଶନର ଏବଂ ୬ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର କାର୍ଯ୍ୟ କରିବେ। ଏହି ପଦବୀଗୁଡ଼ିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ବିତ ହେବ।

The post ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.