ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ ଏନେଇ ସୂଚନା ଦେଇଛନ୍ତି ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଦାସ । ଏପ୍ରିଲ ପ୍ରଥମ ସପ୍ତାହରେ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କହିଛନ୍ତି ଭକ୍ତ ଦାସ । ଏଥିସହ […] The post ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌ appeared first on Dharitri Odia News.

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ ଏନେଇ ସୂଚନା ଦେଇଛନ୍ତି ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଦାସ । ଏପ୍ରିଲ ପ୍ରଥମ ସପ୍ତାହରେ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କହିଛନ୍ତି ଭକ୍ତ ଦାସ । ଏଥିସହ ସେ ନିଜେ ନର୍ଲାରୁ ବିଧାନ ସଭା ଟିକେଟରେ ଲଢିବେ ବୋଲି କହିଛନ୍ତି ।

ସେ ଆହୁରି କହିଛନ୍ତି, ଓଡିଶାବାସୀ ଖୁସି ନାହାନ୍ତି, ଏକଥା ଆମେ ସମସ୍ତଙ୍କୁ ଜଣାଇବୁ। କମ୍‌ ଭୋଟ୍‌ରେ ହାରିଥିବା ୬୦ ସିଟ୍‌ ଆଗୁଆ ଘୋଷଣା ହେବ। ଏଥିସହ ଚଳିତ ନିର୍ବାଚନରେ ୧୦୦ରୁ ଅଧିକ ସିଟ୍‌ରେ କଂଗ୍ରେସ ଜିତିବ ବୋଲି ସେ କହିଛନ୍ତି।

The post ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌ appeared first on Dharitri Odia News.