ଏପ୍ରିଲ ୨୪ ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପୁରୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ। ସୂଚନାନୁସାରେ , ସୁଭଦ୍ରା ଯୋଜନାରେ […]

ଏପ୍ରିଲ ୨୪ ରେ ମିଳିବ ସୁଭଦ୍ରା ଟଙ୍କା
ଏପ୍ରିଲ ୨୪ ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପୁରୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।

ସୂଚନାନୁସାରେ , ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । ତେବେ ଆଜି ଉପପ୍ରଧାନମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଘୋଷଣା ପରେ ବାଦ ପଡିଥିବା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।