ଏବର୍ଷ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ବନ୍ଦ, ନୀତି ତ୍ବରାନ୍ବିତ କରିବାକୁ ହୋଇଛି ନିଷ୍ପତ୍ତି

ପୁରୀ: ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ପାଇଁ ମହାପ୍ରଭୁଙ୍କର ଅନେକ ନୀତି କାନ୍ତି ଥିବାରୁ ଭକ୍ତମାନେ ନବଯୌବନ ଦର୍ଶନରୁ ବଂଚିତ ହେବେ। ପ୍ରକୃତରେ ନୀତି ତ୍ବରାନ୍ବିତ କରିବାକୁ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ତେବେ ରଥଯାତ୍ରା ସମୟରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ। ସୂଚନାଯୋଗ୍ୟ, ସୋମବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ରଥଯାତ୍ରା ଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମଙ୍ଗଳବାର ମୋହର ମାରିଛି ପରିଚାଳନା କମିଟି। ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତି କାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରା ନୀତି କାନ୍ତି ଅନୁଷ୍ଠିତ ହେବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି।ସୂଚନାଯୋଗ୍ୟ, ମଙ୍ଗଳବାର ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ରଙ୍କ ସହ

ଏବର୍ଷ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ବନ୍ଦ,  ନୀତି ତ୍ବରାନ୍ବିତ କରିବାକୁ ହୋଇଛି ନିଷ୍ପତ୍ତି

ପୁରୀ: ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ପାଇଁ ମହାପ୍ରଭୁଙ୍କର ଅନେକ ନୀତି କାନ୍ତି ଥିବାରୁ ଭକ୍ତମାନେ ନବଯୌବନ ଦର୍ଶନରୁ ବଂଚିତ ହେବେ। ପ୍ରକୃତରେ ନୀତି ତ୍ବରାନ୍ବିତ କରିବାକୁ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ତେବେ ରଥଯାତ୍ରା ସମୟରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ। 

ସୂଚନାଯୋଗ୍ୟ, ସୋମବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ରଥଯାତ୍ରା ଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମଙ୍ଗଳବାର ମୋହର ମାରିଛି ପରିଚାଳନା କମିଟି। ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତି କାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରା ନୀତି କାନ୍ତି ଅନୁଷ୍ଠିତ ହେବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ରଙ୍କ ସହ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଆଉ ବୈଠକର ନିଷ୍ପତ୍ତି ଅନୁଯାୟୀ, ଚଳିତବର୍ଷ ବନ୍ଦ ରହିବ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ବନ୍ଦ। ଆହୁରି ମଧ୍ୟ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି। ସୋମବାର ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ କାଏମ ରଖାଯାଇଛି।