ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ…

ଭୁବନେଶ୍ୱର,୩।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ଟାର୍ଗେଟ କରିଥିଲେ। ଯାହାକୁ ଆଜି କାୁଣ୍ଟ କରିଛନ୍ତି ବିଜେଡି ବିଧାୟକ ବଦ୍ରି ପାତ୍ର ଓ ରାଜ୍ୟ ସଭା ଏମପି ମୁନା ଖାନ୍‌। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡିକୁ ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ଏକ ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି […] The post ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ… appeared first on Dharitri Odia News.

ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ…

ଭୁବନେଶ୍ୱର,୩।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ଟାର୍ଗେଟ କରିଥିଲେ। ଯାହାକୁ ଆଜି କାୁଣ୍ଟ କରିଛନ୍ତି ବିଜେଡି ବିଧାୟକ ବଦ୍ରି ପାତ୍ର ଓ ରାଜ୍ୟ ସଭା ଏମପି ମୁନା ଖାନ୍‌। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡିକୁ ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ଏକ ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଛନ୍ତି। ସେହିପରି ରାଜ୍ୟ ସଭା ଏମପି ମୁନା ଖାନ୍‌ କହିଛନ୍ତି, BJD ମଜଭୁତ ଅଛି, ଆଗକୁ ବି ରହିବ। ହାର ଜିତ ଲାଗି ରହେ, ଆମେ କେବେ ବି ବିଚଳିତ ହୋଇନାହୁଁ।

ତେବେ ଗତକାଲି ମନମୋହନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ। ୨ ରାଜ୍ୟ ସଭା ଏମପି ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ।

ସେହିପରି ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳି ମଧ୍ୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ ଭାଜପା ଏକମାତ୍ର ବିକଳ୍ପ, ସମସ୍ତେ ମିଶିବାକୁ ଇଚ୍ଛା କରିବେ। ସବୁଦ୍ରରେ ନଈ ନିହାତି ମିଶିବ ବୋଲି ବିଜୁଳି କହିଛନ୍ତି।

The post ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ… appeared first on Dharitri Odia News.