ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛି ବିଜେଡି। ତାଙ୍କୁ ରାଜ୍ୟ ବିଜେଡି ଉପସଭାପତି କରାଯିବା ସହ ଦଳର ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ୨୦୧୯ ବ୍ରହ୍ମପୁର ଲୋକ ସଭା ଆସନ ଜିତିଥିଲେ ବିଜେଡିର ଚନ୍ଦ୍ରଶେଖର ସାହୁ। ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ଏହି ବିଜୟ ସହ ଚନ୍ଦ୍ରଶେଖର ଦ୍ୱିତୀୟ ଥର ପାଇଁ ବ୍ରହ୍ମପୁରର ଏମ୍‌ପି […] The post ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି appeared first on Dharitri Odia News.

ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୩।୪: ନିର୍ବାଚନ ପୂର୍ବରୁ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛି ବିଜେଡି। ତାଙ୍କୁ ରାଜ୍ୟ ବିଜେଡି ଉପସଭାପତି କରାଯିବା ସହ ଦଳର ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।
୨୦୧୯ ବ୍ରହ୍ମପୁର ଲୋକ ସଭା ଆସନ ଜିତିଥିଲେ ବିଜେଡିର ଚନ୍ଦ୍ରଶେଖର ସାହୁ। ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ଏହି ବିଜୟ ସହ ଚନ୍ଦ୍ରଶେଖର ଦ୍ୱିତୀୟ ଥର ପାଇଁ ବ୍ରହ୍ମପୁରର ଏମ୍‌ପି ଭାବେ ନିର୍ବାଚିତ ହୋଇଛନ୍ତି । ସେ ୨୦୦୪ରେ ପ୍ରଥମ ଥର ପାଇଁ କଂଗ୍ରେସରୁ ଲଢ଼ି ଏମ୍‌ପି ହୋଇଥିଲେ। କେନ୍ଦ୍ରର ଉପା ସରକାରରେ ମନ୍ତ୍ରୀ ମଧ୍ୟ ହୋଇଥିଲେ। ହେଲେ ୨୦୦୯ ଏବଂ ୨୦୧୪ ମସିହାରେ କଂଗ୍ରେସ ଟିକେଟରୁ ଲଢ଼ି ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ। ୨୦୧୮ ଏପ୍ରିଲ ୪ ତାରିଖରେ ଚନ୍ଦ୍ରଶେଖର କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଥିଲେ।

 

The post ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି appeared first on Dharitri Odia News.