ଏସସିବି ମେଡିକାଲ କ୍ରେନ୍ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ
ଏସିସିବି ମେଡିକାଲ କୋଠା ନିର୍ମାଣବେଳେ ଦୁର୍ଘଟଣାକୁ ଗୁରୁତ୍ୱର ସହ ନେଇ ଆଇନ ମନ୍ତ୍ରୀ ସଙ୍ଗେ ସଙ୍ଗେ ଘଟଣାସ୍ଥଳକୁ ଯାଇଥିଲେ।
କଟକସ୍ଥିତ ଏସସିବି ମେଡିକାଲର ନୂଆ କୋଠା ନିର୍ମାଣବେଳେ କ୍ରେନ୍ ଖସିଯାଇ ୩ଜଣ ଆହତ ହେବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
ଦୁର୍ଘଟଣାର ଶିକାର ହୋଇଥିବା ୩ଜଣ ଆହତଙ୍କୁ ଆଜି ସନ୍ଧ୍ୟାରେ ରାଜ୍ୟ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଭେଟିବା ସହ ସମସ୍ତଙ୍କୁ ଉଚ୍ଚମାନର ଗୁଣାତ୍ମକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସେ ଦୁର୍ଘଟଣାସ୍ଥଳକୁ ଯାଇ ଘଟଣାର ଅନୁଧ୍ୟାନ କରିଥିଲେ । କେଉଁ ପରିସ୍ଥିତିରେ ଦୁର୍ଘଟଣା ହେଲା ତା’ର ଉଚ୍ଚସ୍ତରୀୟ ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବା ପାଇଁ ଓବିସିସିର ପରିଚାଳନା ନିର୍ଦ୍ଦେଶକଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ଏସିସିବି ମେଡିକାଲ କୋଠା ନିର୍ମାଣବେଳେ ଦୁର୍ଘଟଣାକୁ ଗୁରୁତ୍ୱର ସହ ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସଙ୍ଗେସଙ୍ଗେ ଘଟଣାସ୍ଥଳକୁ ଯାଇଥିଲେ । ଦୋଷୀଙ୍କ ବିରୁଦ୍ଧରେ ଆଇନ ଅନୁସାରେ କଠୋର ଦଣ୍ଡବିଧାନ କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।