ଏସିଡ୍‌ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କୁ ଚିକିତ୍ସା ପାଇଁ ମନାକରିବା ଅପରାଧ; ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ:  ଏସିଡ୍‌ ଆକ୍ରମଣ ଓ ଦୁଷ୍କର୍ମ ପୀଡିତା ନିଶୁଳ୍କ ଚିକିତ୍ସା ପାଇବାର ହକଦାର । ଏମାନଙ୍କଠୁ ଚିକିତ୍ସା ଫି' ଆଦାୟ କରିବା ଦଣ୍ଡନୀୟ ଅପରାଧ। ପୀଡିତାଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବାକୁ ହସ୍ପିଟାଲ କର୍ତ୍ତୃପକ୍ଷ ବାଧ୍ୟ । ଦୁଷ୍କର୍ମ, ଏସିଡ୍ ଆକ୍ରମଣ ଓ ଯୌନ ଉତ୍‌ପୀଡନର ଶିକାର ହୋଇଥିବା ବ୍ୟକ୍ତିଙ୍କ ମାଗଣା ଚିକିତ୍ସା ପାଇଁ କୌଣସି ସରକାରୀ କିମ୍ବା ଘରୋଇ ହସ୍ପିଟାଲ୍ ଏବଂ ନର୍ସିଂହୋମ୍ ମନା କରିପାରିବେ ନାହିଁ । ଏଭଳି କିଛି ନିର୍ଦ୍ଦେଶ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ ।ଜଷ୍ଟିସ୍ ପ୍ରତିଭା ଏମ୍ ସିଂହ ଓ ଜଷ୍ଟିସ୍ ଅମିତ ଶର୍ମାଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ବାପା ଦୁଷ୍କର୍ମ କରିଥିବା ମାମଲାରେ ସୋମବାର ଶୁଣାଣି କରି ଏକାଧିକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଅଦାଲତ ଓ ଦିଲ୍ଲୀ ରାଜ୍ୟ ଆଇନ ସେବା ପ୍ରାଧିକରଣର ବାରମ୍ବାର ହସ୍ତକ୍ଷେପ ସତ୍ତ୍ୱେ ନିଜ ବାପାଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ଜଣେ ପୀଡ଼ିତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଅପେକ୍ଷା କରିବାକୁ ପଡ଼ିଥିଲା । ଏହି ମାମଲାର ଶୁଣାଣି ବେଳେ ଖଣ୍ଡପୀଠ କହିଥିଲେ, ଦୁଷ୍କର୍ମ ପୀଡ଼ିତା, ଏସିଡି ଆଟାକ୍  ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ।ଅଦାଲତଙ୍କ ଏହି ନିର୍ଦ୍ଦେଶକୁ କେନ୍ଦ୍ର ଓ ରାଜ୍ୟ ପାଣ୍ଠିରେ ପରିଚାଳିତ

ଏସିଡ୍‌ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କୁ ଚିକିତ୍ସା ପାଇଁ ମନାକରିବା ଅପରାଧ; ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ:  ଏସିଡ୍‌ ଆକ୍ରମଣ ଓ ଦୁଷ୍କର୍ମ ପୀଡିତା ନିଶୁଳ୍କ ଚିକିତ୍ସା ପାଇବାର ହକଦାର । ଏମାନଙ୍କଠୁ ଚିକିତ୍ସା ଫି' ଆଦାୟ କରିବା ଦଣ୍ଡନୀୟ ଅପରାଧ। ପୀଡିତାଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବାକୁ ହସ୍ପିଟାଲ କର୍ତ୍ତୃପକ୍ଷ ବାଧ୍ୟ । ଦୁଷ୍କର୍ମ, ଏସିଡ୍ ଆକ୍ରମଣ ଓ ଯୌନ ଉତ୍‌ପୀଡନର ଶିକାର ହୋଇଥିବା ବ୍ୟକ୍ତିଙ୍କ ମାଗଣା ଚିକିତ୍ସା ପାଇଁ କୌଣସି ସରକାରୀ କିମ୍ବା ଘରୋଇ ହସ୍ପିଟାଲ୍ ଏବଂ ନର୍ସିଂହୋମ୍ ମନା କରିପାରିବେ ନାହିଁ । ଏଭଳି କିଛି ନିର୍ଦ୍ଦେଶ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ ।

ଜଷ୍ଟିସ୍ ପ୍ରତିଭା ଏମ୍ ସିଂହ ଓ ଜଷ୍ଟିସ୍ ଅମିତ ଶର୍ମାଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ତାଙ୍କ ବାପା ଦୁଷ୍କର୍ମ କରିଥିବା ମାମଲାରେ ସୋମବାର ଶୁଣାଣି କରି ଏକାଧିକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଅଦାଲତ ଓ ଦିଲ୍ଲୀ ରାଜ୍ୟ ଆଇନ ସେବା ପ୍ରାଧିକରଣର ବାରମ୍ବାର ହସ୍ତକ୍ଷେପ ସତ୍ତ୍ୱେ ନିଜ ବାପାଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ଜଣେ ପୀଡ଼ିତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଅପେକ୍ଷା କରିବାକୁ ପଡ଼ିଥିଲା । ଏହି ମାମଲାର ଶୁଣାଣି ବେଳେ ଖଣ୍ଡପୀଠ କହିଥିଲେ, ଦୁଷ୍କର୍ମ ପୀଡ଼ିତା, ଏସିଡି ଆଟାକ୍  ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ।

ଅଦାଲତଙ୍କ ଏହି ନିର୍ଦ୍ଦେଶକୁ କେନ୍ଦ୍ର ଓ ରାଜ୍ୟ ପାଣ୍ଠିରେ ପରିଚାଳିତ ସମସ୍ତ ଅନୁଷ୍ଠାନ, ଘରୋଇ ହସ୍ପିଟାଲ, କ୍ଲିନିକ୍‌ ଏବଂ ନର୍ସିଂହୋମଗୁଡ଼ିକୁ ଅନୁପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । କୋର୍ଟ କହିଛନ୍ତି, ଯୌନ ନିର୍ଯାତନା ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ମନା କରିବା ଏକ ଅପରାଧ। ସମସ୍ତ ଡାକ୍ତର, ପ୍ରଶାସନ, ଅଧିକାରୀ, ନର୍ସ, ପାରାମେଡିକାଲ୍ କର୍ମଚାରୀଙ୍କୁ ଏ ବିଷୟରେ ଅବଗତ କରାଯିବା ଉଚିତ୍ ।