ଏହି କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଆଗରେ ଓଡ଼ିଶା

ଭୁବନେଶ୍ୱର,୧୬ା୨(ଅନିଲ ଦାସ) ଶିଳ୍ପାୟନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିଥିବାରୁ ଓଡ଼ିଶାରେ ଗତ ୭ ବର୍ଷ ମଧ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ୍‌ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଇଭି ଯାନ, ପ୍ଲାଷ୍ଟିକ ଓ କେମିକାଲ, ପର୍ଯ୍ୟଟନ ତଥା ମେଟାଲ ଡାଉନଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ୧୧.୬୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ଏଥିଯୋଗୁ ୭ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର […] The post ଏହି କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଆଗରେ ଓଡ଼ିଶା appeared first on Dharitri Odia News.

ଏହି କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଆଗରେ ଓଡ଼ିଶା

ଭୁବନେଶ୍ୱର,୧୬ା୨(ଅନିଲ ଦାସ) ଶିଳ୍ପାୟନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିଥିବାରୁ ଓଡ଼ିଶାରେ ଗତ ୭ ବର୍ଷ ମଧ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ୍‌ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଇଭି ଯାନ, ପ୍ଲାଷ୍ଟିକ ଓ କେମିକାଲ, ପର୍ଯ୍ୟଟନ ତଥା ମେଟାଲ ଡାଉନଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ୧୧.୬୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ଏଥିଯୋଗୁ ୭ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ଆର୍‌ବିଆଇ ରିପୋର୍ଟ ଅନୁଯାୟୀ, ପୁଞ୍ଜି ନିବେଶ କ୍ଷେତ୍ରରେ ସର୍ବଭାରତୀୟ ସ୍ତରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଥିବା ବେଳେ ସିଏମ୍‌ଆଇ ଓ ସିଆଇଆଇ ରିପୋର୍ଟରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଗତ ୭ ବର୍ଷ ଭିତରେ ରପ୍ତାନି ପରିମାଣ ପାଖାପାଖି ଦୁଇ ଗୁଣ ହୋଇପାରିଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ସିମେଣ୍ଟ ଉପତ୍ାଦନ ୨୨ ଗୁଣା ବୃଦ୍ଧି ହେବା ସହ ଷ୍ଟିଲ୍‌ ଉପତ୍ାଦନରେ ପ୍ରାୟ ୧୫ ଗୁଣା ବୃଦ୍ଧି ହୋଇପାରିଛି। ଟେକ୍ସଟାଇଲ, କେମିକାଲ, ପ୍ଲାଷ୍ଟିକ, ଗ୍ରୀନ୍‌ ହାଇଡ୍ରୋଜେନ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ବହୁ ବଡ଼ ବଡ଼ ପୁଞ୍ଜିନିବେଶକାରୀ ଓଡ଼ିଶାରେ ପୁଞ୍ଜିନିବେଶ କରୁଛନ୍ତି। ବନ୍ଦର ପରିଚାଳନା କ୍ଷମତା ୨୦ ମେଟ୍ରିକ ଟନ୍‌ରୁ ବୃଦ୍ଧି ପାଇ ୧୭୬ ମେଟ୍ରିକ ଟନ୍‌ରେ ପହଞ୍ଚି ପାରିଛି। ରାଜ୍ୟ ସରକାର ଯୁବଶକ୍ତିର ଦକ୍ଷତା ବିକାଶକୁ ଗୁରୁତ୍ୱ ଦେବା ଫଳରେ ନୂତନ ପୁଞ୍ଜିନିବେଶକାରୀମାନେ ରାଜ୍ୟର ‘ଦକ୍ଷତା ବିକାଶ ବିଭାଗ’ ସହିତ ସମନ୍ବୟ ରକ୍ଷା କରି ‘ସ୍କିଲ୍‌ଡ ଇନ୍‌ ଓଡ଼ିଶା’ ମାଧ୍ୟମରେ ଯୁବଶକ୍ତିକୁ ନିଯୁକ୍ତି ମିଳିପାରୁଛି। ଶାସନରେ ସ୍ବଚ୍ଛତା ଅବଲମ୍ବନ କରାଯିବା ଫଳରେ ରାଜସ୍ବ ବଳକା ରାଜ୍ୟ ହେବା ସହ ଓଡ଼ିଶା ଆଜି ଆର୍ଥିକ ପରିଚାଳନାରେ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିପାରିଛି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଓ ସୁଶାସନ ଲାଗି ବହୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ନିବେଶକମାନେ ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ଆକୃଷ୍ଟ ହେଉଛନ୍ତି। ବ୍ୟାପକ ଶିଳ୍ପାୟନ ପାଇଁ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଲାଗି ଓଡ଼ିଶା ଅର୍ଥନୀତିକୁ ଶିଳ୍ପ କ୍ଷେତ୍ରରୁ ୪୧.୩ ପ୍ରତିଶତ ରାଜସ୍ବ ମିଳିପାରୁଛି, ଯାହାକି ଅନ୍ୟ ରାଜ୍ୟ ଓ ଜାତୀୟ ସ୍ତରରେ ଶିଳ୍ପ କ୍ଷେତ୍ରରୁ ୨୮.୫ ପ୍ରତିଶତ ରାଜସ୍ବ ମିଳୁଛି ା ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଗେଇ ଚାଲିଛି ବୋଲି ସଂତୃପ୍ତ କହିଛନ୍ତି।

The post ଏହି କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଆଗରେ ଓଡ଼ିଶା appeared first on Dharitri Odia News.