ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷା ଚଳିତବର୍ଷ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରୀଛାତ୍ର, ମଧ୍ୟମାରେ […] The post ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ appeared first on Dharitri Odia News.

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷା ଚଳିତବର୍ଷ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରୀଛାତ୍ର, ମଧ୍ୟମାରେ ୩୦୩୭ଜଣ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭୮୩୧ଜଣ ଫର୍ମପୂରଣ କରିଥିଲେ। ସମସ୍ତ ପରୀକ୍ଷା ୩୦୩୭ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ଖାତା ମୂଲ୍ୟାୟନ ମାର୍ଚ୍ଚ ୧୫ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଚାଲିଥିଲା।

The post ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ appeared first on Dharitri Odia News.