ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ନ୍ୟୁୟର୍କ ଯାଉଥିବା ବିମାନ ଦିଲ୍ଲୀ ଡାଇଭର୍ଟ
ନୂଆଦିଲ୍ଲୀ,୧୪।୧୦: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ଅଧିକ ତଦନ୍ତ ଚାଲିଛି। ଅଧିକାରୀଙ୍କ ସୂଚନା ଅପୁଯାୟୀ, ବିମାନଟି ବର୍ତ୍ତମାନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଛି ଏବଂ ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସମସ୍ତ ମାନକ ସୁରକ୍ଷା ପ୍ରୋଟୋକଲ […] The post ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ନ୍ୟୁୟର୍କ ଯାଉଥିବା ବିମାନ ଦିଲ୍ଲୀ ଡାଇଭର୍ଟ appeared first on Dharitri Odia News.
ନୂଆଦିଲ୍ଲୀ,୧୪।୧୦: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ଅଧିକ ତଦନ୍ତ ଚାଲିଛି।
ଅଧିକାରୀଙ୍କ ସୂଚନା ଅପୁଯାୟୀ, ବିମାନଟି ବର୍ତ୍ତମାନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଛି ଏବଂ ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସମସ୍ତ ମାନକ ସୁରକ୍ଷା ପ୍ରୋଟୋକଲ ପାଳନ କରାଯାଉଛି।
ଏୟାର ଇଣ୍ଡିଆ ବିମାନ AI 657 ୧୩୫ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କୁ ନେଇ ଯାଉଥିଲା। ସମସ୍ତଙ୍କୁ ଦିଲ୍ଲୀ ବିମାନ ବନ୍ଦରରେ ସୁରକ୍ଷିତ ଭାବେ ଛାଡି ଦିଆଯାଇଛି। ବିମାନକୁ ଅଲଗା ସ୍ଥାନରେ ରଖାଯାଇଛି।
The post ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ନ୍ୟୁୟର୍କ ଯାଉଥିବା ବିମାନ ଦିଲ୍ଲୀ ଡାଇଭର୍ଟ appeared first on Dharitri Odia News.