ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା, ଭୁବନେଶ୍ୱରରୁ ଯିବେ…

ଭୁବନେଶ୍ୱର,୨୦ା୭: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା ଏୟାରଲିଫ୍ଟ ହେବେ। ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା। କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ ହେବେ ପୀଡ଼ିତା ଜଣକ। ଏନେଇ ଡାକ୍ତରୀ ଟିମ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା ହୋଇସାରିଛି। ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି। ଏନେଇ ସୂଚନା ଦେଇଛନ୍ତି ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ। ଏଥିସହିତ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ ନେଇ […] The post ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା, ଭୁବନେଶ୍ୱରରୁ ଯିବେ… appeared first on Dharitri Odia News.

ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା, ଭୁବନେଶ୍ୱରରୁ ଯିବେ…

ଭୁବନେଶ୍ୱର,୨୦ା୭: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା ଏୟାରଲିଫ୍ଟ ହେବେ। ଭୁବନେଶ୍ବର AIIMSରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା। କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ ହେବେ ପୀଡ଼ିତା ଜଣକ। ଏନେଇ ଡାକ୍ତରୀ ଟିମ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା ହୋଇସାରିଛି। ଦିଲ୍ଲୀ AIIMS ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି। ଏନେଇ ସୂଚନା ଦେଇଛନ୍ତି ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ।

ଏଥିସହିତ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ ନେଇ ସୂଚନା ଦେଲେ ଆଶୁତୋଷ ବିଶ୍ବାସ। ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଦିଲ୍ଲୀ ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ।

ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଛି। ସମ୍ପୃକ୍ତ ପୀଡ଼ିତା ବର୍ତ୍ତମାନ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଛନ୍ତି। ପୀଡ଼ିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍‌ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମ୍‌ଓ ଏମ୍‌ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ୍‌ ଅପରେଶନ ମୋଡ୍‌ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

The post ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା, ଭୁବନେଶ୍ୱରରୁ ଯିବେ… appeared first on Dharitri Odia News.