ଓଏସ୍‌ଆର୍‌ଟିସି ବସ୍‌ ଧକ୍କାରେ ଚାଲିଗଲା ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ: ପୁଣି ଓଏସଆରଟିସି ବସ୍ ଧକ୍କାରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଯାତ୍ରୀବାହୀ ଓଏସଆରଟିସି ବସ୍ ସାମ୍ନା ପଟୁ ଆସୁଥିବା ଏକ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ […]

ଓଏସ୍‌ଆର୍‌ଟିସି ବସ୍‌ ଧକ୍କାରେ ଚାଲିଗଲା ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ: ପୁଣି ଓଏସଆରଟିସି ବସ୍ ଧକ୍କାରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଯାତ୍ରୀବାହୀ ଓଏସଆରଟିସି ବସ୍ ସାମ୍ନା ପଟୁ ଆସୁଥିବା ଏକ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।