ଓଡ଼ିଆ ଅଭିନେତା ପାର୍ଥ ସାରଥୀ ଗିରଫ, ଜେଏମ୍‌ଏଫ୍‌ସି କୋର୍ଟଙ୍କ ନିର୍ଦ୍ଦେଶ ପରେ ବାନ୍ଧିଲା ପୋଲିସ

ଭୁବନେଶ୍ୱର ୧୦/୦୭: ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ । ପାର୍ଥଙ୍କୁ ଗିରଫ କରିଛି ବଡ଼ଗଡ଼ ଥାନା ପୋଲିସ । ଜେଏମ୍‌ଏଫ୍‌ସି କୋର୍ଟଙ୍କ ନିର୍ଦ୍ଦେଶ ପରେ ଆକ୍ସନ । ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା, ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଗିରଫ କରିଛି ପୋଲିସ । ପୂର୍ବରୁ ପାର୍ଥଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲେ JMFC ଭୁବନେଶ୍ୱର ଫାଷ୍ଟ ଟ୍ରାକ୍ କୋର୍ଟ । ପାର୍ଥ ସାରଥୀଙ୍କ ବିରୁଦ୍ଧରେ BNSର ଧାରା ୩୫୪, ୩୦୭, ୩୬୭, ୫୦୬ ଏବଂ ଆର୍ମସ ଆକ୍ଟ ଭଳି ସଙ୍ଗୀନ ଦଫା ଲାଗିଛି ।ସୂଚନା ଥାଉକି, ଅଭିନେତା ପାର୍ଥଙ୍କୁ ପୋଲିସ ଗିରଫ କରିବା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ତେବେ ପୂର୍ବରୁ  କୋର୍ଟ ନିୟମ ଖିଲାପ କରିଥିବାରୁ ଜାରି ହୋଇଥିଲା ଜାମିନ ବିହୀନ ଗିରଫ ପରୱାନା । ଆଉ ତାଙ୍କ ଗିରଫଦାରୀ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜେଏମଏଫସି କୋର୍ଟ । ପରେ ବଡ଼ଗଡ଼ ଥାନା ପକ୍ଷରୁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ତେବେ ଅଭିନେତା ପାର୍ଥଙ୍କୁ ବିଭିନ୍ନ ସିନେମା ଓ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ ଚୈତ୍ର, ଡାଲଚିନି, ତ୍ରିକନ୍ୟା, ଚରିତ୍ର, ଡିୟର ପୁରୁଷ ଆଦି ସିନେମାରେ ତାଙ୍କ ଅଭିନୟକୁ ଦର୍ଶକେ ଭହୁତ ପସନ୍ଦ କରିଥିଲେ । ଏହାଛଡା ପାର୍ଥଙ୍କୁ ବିଭିନ୍ନ ସିନେମା ଏବଂ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ

ଓଡ଼ିଆ ଅଭିନେତା ପାର୍ଥ ସାରଥୀ ଗିରଫ, ଜେଏମ୍‌ଏଫ୍‌ସି କୋର୍ଟଙ୍କ ନିର୍ଦ୍ଦେଶ ପରେ ବାନ୍ଧିଲା ପୋଲିସ

ଭୁବନେଶ୍ୱର ୧୦/୦୭: ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ । ପାର୍ଥଙ୍କୁ ଗିରଫ କରିଛି ବଡ଼ଗଡ଼ ଥାନା ପୋଲିସ । ଜେଏମ୍‌ଏଫ୍‌ସି କୋର୍ଟଙ୍କ ନିର୍ଦ୍ଦେଶ ପରେ ଆକ୍ସନ । ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା, ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଗିରଫ କରିଛି ପୋଲିସ । 

ପୂର୍ବରୁ ପାର୍ଥଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଥିଲେ JMFC ଭୁବନେଶ୍ୱର ଫାଷ୍ଟ ଟ୍ରାକ୍ କୋର୍ଟ । ପାର୍ଥ ସାରଥୀଙ୍କ ବିରୁଦ୍ଧରେ BNSର ଧାରା ୩୫୪, ୩୦୭, ୩୬୭, ୫୦୬ ଏବଂ ଆର୍ମସ ଆକ୍ଟ ଭଳି ସଙ୍ଗୀନ ଦଫା ଲାଗିଛି ।

ସୂଚନା ଥାଉକି, ଅଭିନେତା ପାର୍ଥଙ୍କୁ ପୋଲିସ ଗିରଫ କରିବା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ତେବେ ପୂର୍ବରୁ  କୋର୍ଟ ନିୟମ ଖିଲାପ କରିଥିବାରୁ ଜାରି ହୋଇଥିଲା ଜାମିନ ବିହୀନ ଗିରଫ ପରୱାନା । ଆଉ ତାଙ୍କ ଗିରଫଦାରୀ ପାଇଁ ନିର୍ଦ୍ଦେଶ ଦେଇଥିଲେ ଜେଏମଏଫସି କୋର୍ଟ । ପରେ ବଡ଼ଗଡ଼ ଥାନା ପକ୍ଷରୁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । 

ତେବେ ଅଭିନେତା ପାର୍ଥଙ୍କୁ ବିଭିନ୍ନ ସିନେମା ଓ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ ଚୈତ୍ର, ଡାଲଚିନି, ତ୍ରିକନ୍ୟା, ଚରିତ୍ର, ଡିୟର ପୁରୁଷ ଆଦି ସିନେମାରେ ତାଙ୍କ ଅଭିନୟକୁ ଦର୍ଶକେ ଭହୁତ ପସନ୍ଦ କରିଥିଲେ । ଏହାଛଡା ପାର୍ଥଙ୍କୁ ବିଭିନ୍ନ ସିନେମା ଏବଂ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ ଚୈତ୍ର, ଡାଲଚିନି, ତ୍ରିକନ୍ୟା, ଚରିତ୍ର, ଡିୟର ପୁରୁଷ ଆଦି ସିନେମାରେ ତାଙ୍କୁ ଦେଖିବାକୁ ମିଳିଛି ।