ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି। ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର […] The post ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି appeared first on Dharitri Odia News.

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ। ଏଥିସହିତ ରାଷ୍ଟ୍ରପତି ସମସ୍ତଙ୍କ ସୁଖସମୃଦ୍ଧି କାମନା କରିଛନ୍ତି।

The post ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି appeared first on Dharitri Odia News.