ଓଡ଼ିଆ ଭାଷା ସମ୍ମିଳନୀ ସହ ଯୋଡ଼ିହେବ ସମସ୍ତ ଗ୍ରାମ ପଞ୍ଚାୟତ ଓ ବ୍ଲକ
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ସହ ଯୋଡ଼ିହେବ ସମସ୍ତ ଗ୍ରାମ ପଞ୍ଚାୟତ ଓ ବ୍ଲକ । ଗୁରୁତ୍ୱପୂର୍ଣ୍ଣ... The post ଓଡ଼ିଆ ଭାଷା ସମ୍ମିଳନୀ ସହ ଯୋଡ଼ିହେବ ସମସ୍ତ ଗ୍ରାମ ପଞ୍ଚାୟତ ଓ ବ୍ଲକ appeared first on .
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ସହ ଯୋଡ଼ିହେବ ସମସ୍ତ ଗ୍ରାମ ପଞ୍ଚାୟତ ଓ ବ୍ଲକ । ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ହେବ ଲାଇଭ ଷ୍ଟ୍ରିମିଂ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ପ୍ରସ୍ତୁତିର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ । ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସେ ଅନୁଧ୍ଯାନ କରିଛନ୍ତି । ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଂ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି । ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଆକାଡେମିକ୍ ଅଧିବେଶନ ରହିଛି। ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ୍, ବୁଦ୍ଧିଜୀବୀଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀମାନେ ଯୋଗଦେବେ। ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ। ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ। ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ।
The post ଓଡ଼ିଆ ଭାଷା ସମ୍ମିଳନୀ ସହ ଯୋଡ଼ିହେବ ସମସ୍ତ ଗ୍ରାମ ପଞ୍ଚାୟତ ଓ ବ୍ଲକ appeared first on .