ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା ଓଡ଼ିଆରେ ଆଜି ଶପଥ ନେଇଛନ୍ତି। ସେହିପରି ଏମ୍‌ପି ଜୁଏଲ ଓରାମ ମଧ୍ୟ ଓଡ଼ିଆରେ ଶପଥ ନେଇଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ, […] The post ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on Dharitri Odia News.

ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା ଓଡ଼ିଆରେ ଆଜି ଶପଥ ନେଇଛନ୍ତି। ସେହିପରି ଏମ୍‌ପି ଜୁଏଲ ଓରାମ ମଧ୍ୟ ଓଡ଼ିଆରେ ଶପଥ ନେଇଛନ୍ତି।

ଏଥିସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ, କାମଚଳା ବାଚସ୍ପତି ତଥା କଟକ ଏମ୍‌ପି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ଏମ୍‌ପିମାନଙ୍କୁ ଶପଥପାଠ କରାଇବେ। ଦୁଇ ଦିନ ଧରି ଏହି ପ୍ରକ୍ରିୟା ଚାଲିବ। ଆଜି ପ୍ରଥମ ଦିନରେ ୨୮୦ ଏମ୍‌ପି ଶପଥ ଗ୍ରହଣ କରିବେ। ଆସନ୍ତା ୨୬ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।

The post ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on Dharitri Odia News.