ଓଡ଼ିଶା ଛାଡ଼ିଲା ‘ମୌସୁମୀ’
ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି। ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥିଲା। ସେହିପରି ବଲାଙ୍ଗୀର, କନ୍ଧମାଳ […] The post ଓଡ଼ିଶା ଛାଡ଼ିଲା ‘ମୌସୁମୀ’ appeared first on Dharitri Odia News.
ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି।
ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥିଲା। ସେହିପରି ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଜିଲାର ଅଧିକାଂଶ ଅଞ୍ଚଳରୁ ଫେରିଯାଇଥିବା ବେଳେ ନୂଆପଡ଼ା ଓ କଳାହାଣ୍ଡି ଜିଲାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ସାଧାରଣତଃ ଅକ୍ଟୋବର ୧୦ରୁ ରାଜ୍ୟରୁ ମୌସୁମୀ ଅପସାରଣ ଆରମ୍ଭ ହୋଇ ୧୫ ତାରିଖ ସୁଦ୍ଧା ସାରା ରାଜ୍ୟରୁ ମୌସୁମୀ ବିଦାୟ ନେଇଥାଏ। ଚଳିତ ବର୍ଷ ମଧ୍ୟ ସ୍ବାଭାବିକ ସମୟରେ ମୌସୁମୀ ଓଡ଼ିଶା ଛାଡ଼ିଛି। ତେବେ ଚଳିତବର୍ଷ ଜୁନ ୮ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା।
The post ଓଡ଼ିଶା ଛାଡ଼ିଲା ‘ମୌସୁମୀ’ appeared first on Dharitri Odia News.